ଟିଟିଲାଗଡ଼ରେ ୭୮ତମ ସ୍ୱାଧୀନତା ଦିବସ ପାଳିତ

  • ପତାକା ଉତ୍ତୋଳନ କଲେ ଉପଜିଲ୍ଲାପାଳ ରିହାନ ଖେତ୍ରି

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଆଜି ଟିଟିଲାଗଡ଼ ସହର ସ୍ଥିତ ହାଇସ୍କୁଲ ଖେଳ ପଡିଆରେ ଟିଟିଲାଗଡ଼ ଉପଖଣ୍ଡ ସ୍ତରୀୟ ସ୍ୱାଧୀନତା ଦିବସ ମହାଆଡମ୍ବରର ସହିତ ପାଳିତ ହୋଇଯାଇଛି । ଟିଟିଲାଗଡ଼ ଉପଜିଲ୍ଲାପାଳ ରିହାନ ଖେତ୍ରୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଜାତୀୟ ପତାକାକୁ ଉତ୍ତୋଳନ କରିବା ସହିତ ସମ୍ମିଳିତ ପ୍ୟାରେଡ୍‌ର ଅଭିବାଦନ ଗ୍ରହଣ କରିଥିଲେ । ଏହି ଅବସରରେ ବିଭିନ୍ନ ସ୍କୁଲ ତରଫରୁ ପ୍ୟାରେଡ୍‌ ପଡିଆରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହୋଇଥିଲା । ପରେ ସ୍ୱାଧୀନତା ଦିବସ ପରିପ୍ରେକ୍ଷୀରେ ବିଭିନ୍ନ ସ୍କୁଲ କଲେଜର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଉପଜିଲ୍ଲାପାଳ ସମ୍ମାନିତ କରିଥିଲେ । ପରେ ଟିଟିଲାଗଡ଼ ମୁଖ୍ୟ ଚିକିତ୍ସାଳୟରେ ଥିବା ରୋଗୀ ତଥା ଉପକାରାଗାରରେ ଥିବା ବିଚାରଧୀନ ଅନ୍ତେବାସୀ ସମେତ ଭିନ୍ନକ୍ଷମ ଆବାସିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ଫଳ ଏବଂ ମିଷ୍ଟାନ ବଣ୍ଟନ କରାଯାଇଥିଲା ।

Leave A Reply

Your email address will not be published.