centurian jitm

ଆନ୍ତର୍ଜାତୀୟ ଶିଶୁ ଦିବସ ପାଳିତ

nschool

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତର ମାଝୀପଡା ପ୍ରାଥମିକ ବିଦ୍ୟାଳୟରେ ଆନ୍ତର୍ଜାତୀୟ ଶିଶୁ ଦିବସ ପାଳିତ ହୋଇଯାଇଛି । ଚଳିତ ବର୍ଷର ବିଷୟ ବସ୍ତୁ ପ୍ରତ୍ୟେକ ଶିଶୁକୁ ଉଜ୍ଜ୍ଵଳ ଭବିଷ୍ୟତ ଦେବା ଲକ୍ଷ୍ୟରେ ଅନୁଷ୍ଠିତ ସଭାରେ ପ୍ରଧାନ ଶିକ୍ଷକ ବିରଂଚି ନାରାୟଣ ଦାଶଙ୍କ ଆବାହକତ୍ୱରେ ଅତିଥି ଭାବରେ ଅବସରପ୍ରାପ୍ତ ଶିକ୍ଷକ ଥମିର ଛତ୍ରିଆ, ଶିକ୍ଷକ କିଶୋର ବରିହା, ଶିକ୍ଷୟିତ୍ରୀ ଦେବକୀ ତାଣ୍ଡୀ ଉପସ୍ଥିତ ଥିଲେ । ଶିଶୁମାନେ ଦେଶର ଭବିଷ୍ୟତ ତେଣୁ ତାଙ୍କର ଉଜ୍ୱଳ ଭବିଷ୍ୟତ କାମନା କରିବା ହେଉଛି ପ୍ରତ୍ୟେକଙ୍କ କର୍ତ୍ତବ୍ୟ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । ପରିଶେଷରେ ଛାତ୍ରଛାତ୍ରୀ ମାନଙ୍କୁ ଚକୋଲେଟ୍‌ ବଣ୍ଟନ କରାଯାଇଥିଲା । ଏହି ସଭାରେ ଅଭିଭାବକ ଓ ଗ୍ରାମବାସୀ ସହଯୋଗ କରିଥିଲେ ।

Leave A Reply

Your email address will not be published.