pakka

ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଟାଉନ ବାଳିକା ଉଚ୍ଛ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ସମାରୋହ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର କୁମାର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବାର୍ଷିକ ଉତ୍ସବରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବଲାଙ୍ଗିର ପୌରପରିଷଦର ପୌରାଧ୍ୟକ୍ଷା ଲିକା ସାହୁ ଓ ଜିଲ୍ଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରା ଯୋଗ ଦେଇଥିଲେ । ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା ଏବଂ ଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଶେଷରେ ବିଦ୍ୟାଳୟର କସ୍ତୁରୀ ରଥ ଧନ୍ୟବାଦ ଦେଇଥିଲେ ।

jay balangir
Leave A Reply

Your email address will not be published.

five + thirteen =