ଟିଟିଲାଗଡ଼ ପୌର ପରିଷଦ କଲ୍ୟାଣ ମଣ୍ଡପ ଠାରେ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜନ୍ମ ଦିବସ ପାଳିତ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଅକ୍ଟୋବର ଦୁଇ ତାରିଖକୁ ଦେଶ ବ୍ୟାପି ଜାତିର ଜନକ ମହାତ୍ମାଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ପବିତ୍ର ଜନ୍ମ ଦିବସ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ପାଳିତ ହୋଇଯାଇଛି । ଏହି ଅବସରରେ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ମୁଖ୍ୟ ଅତିଥି, ସମ୍ମାନିତ ଅତିଥି ଭାବେ ଟିଟିଲାଗଡ଼ ଉପଜିଲ୍ଲାପାଳ ରିହାନ ଖତ୍ରୀ, ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତି ମମତା ଦେବୀ ଜୈନ ଯୋଗ ଦେଇଥିଲେ । ଏହି ଦିବସରେ ପୌର ପରିଷଦ ଦ୍ୱାରା ଆୟୋଜିତ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ଯୋଗଦେଇ ସ୍ୱଚ୍ଛତା ଅଭିଯାନରେ ସାମିଲ ହୋଇଥିଲେ । ତାପରେ ସ୍ଥାନୀୟ କଲ୍ୟାଣ ମଣ୍ଡପ ଠାରେ ଗାନ୍ଧି ଓ ଶାସ୍ତ୍ରୀଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରି ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ମାନଙ୍କ ଦ୍ଵାରା ଗାନ୍ଧୀ ଭଜନ ପରିବେଷଣ କରିବା ପରେ ହିନ୍ଦୁ, ମୁସଲମାନ, ଖ୍ରୀଷ୍ଟିଆନ୍‌ ଓ ଜୈନ ଧର୍ମର ପ୍ରବକ୍ତା ମାନେ ବକ୍ତବ୍ୟ ପ୍ରଦାନ କରିଥିଲେ । ଏହା ପରେ ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ । ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବା ପରେ ଉଦ୍‌ଯାପନୀ ଭଜନ ବୈଷ୍ଣବ ଜନକେ ପରିବେଷଣ କରି ସଭା କାର୍ଯ୍ୟ ସମ୍ପନ୍ନ ହୋଇଥିଲା ।

Leave A Reply

Your email address will not be published.

error: Content is protected !!