ବରିଷ୍ଠ ନାଗରିକ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗାନ୍ଧୀ ଷ୍ଟାଡିୟମ୍ ସ୍ଥିତ ନୂତନ ଡବ୍ଲୁଓଡିସି ପାବିଲିଅନ୍‌ରେ ବରିଷ୍ଠ ନାଗରିକ ଦିବସ ୨୦୨୪ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂଦେଓ ଉପସ୍ଥିତ ଥିଲେ । ସମ୍ମାନିତ ଅତିଥି ଭାବରେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ, କ୍ରୀଡା ସଙ୍ଗଠକ ଶ୍ରୀକର ମିଶ୍ର, ବିଶିଷ୍ଟ ସାମ୍ବାଦିକ ତଥା ସାହିତ୍ୟିକ ତୁଳସୀ ଜୈନ ପ୍ରମୁଖ ଉପସ୍ଥିତ ଥିଲେ । ବରିଷ୍ଠ ନାଗରିକ ମଂଚର ସଭାପତି ନାରାୟଣ ପାଢୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବ୍ୟକ୍ତି ବିଶେଷ ଓ ସଂଗଠନ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ବରିଷ୍ଠ ନାଗରିକ ମାନଙ୍କ ପାଇଁ ସୁବିଧା କରିବାକୁ ସଭାରେ ମତପ୍ରକାଶ ପାଇଥିଲା । ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ସହରରେ ଅନେକ ବରିଷ୍ଠ ନାଗରିକ ମାନେ ଯୋଗ ଦେଇଥିଲେ ।

Leave A Reply

Your email address will not be published.