ପ୍ରଜାତନ୍ତ୍ରର ୭୫ ବର୍ଷ ପୂର୍ତ୍ତି ତଥା ସ୍ୱନକ୍ଷତ୍ର ଦିବସକୁ ଅମୃତ ମହୋତ୍ସବ ଭାବେ ପାଳିତ ହେବ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ଦୈନିକ ଖବର କାଗଜ ପ୍ରଜାତନ୍ତ୍ରର ୭୫ ବର୍ଷ ପୂର୍ତ୍ତି ତଥା ସ୍ୱନକ୍ଷତ୍ର ଦିବସ ପାଳନ ଉପଲକ୍ଷେ ଏହାକୁ ଅମୃତ ମହୋତ୍ସବ ଭାବେ ପାଳିତ ହେବ ବୋଲି ସୂଚନା ଦେଇଛନ୍ତି କଟକ ଲୋକସଭା ସାଂସଦ ଭତୃହରି ମହତାବ । ଆସନ୍ତା ଅଗଷ୍ଟ ୮ ଓ ୯ ତାରିଖ ଦୁଇ ଦିନ ବ୍ୟାପୀ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଶ୍ରୀ ମହତାବ କହିଛନ୍ତି । ଏହି ଅବସରରେ ବିଜେପି ମୁଖପାତ୍ର ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ସୁପ୍ରିମକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ ଦୀପକ ମିଶ୍ର, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସାହିତ୍ୟିକା ପ୍ରତିଭା ରାୟ ପ୍ରମୁଖ ଏହି ସାରସ୍ୱତ ସାମାରୋହରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ଜଣାପଡିଛି ।

Leave A Reply

Your email address will not be published.