ମହାବିଷୁବ ସଂକ୍ରାନ୍ତିକୁ କାହିିଁକି ପଣା ସକ୍ରାନ୍ତି ଭାବେ ପାଳନ କରାଯାଏ, ଆସନ୍ତୁ ଜାଣିବା

ବଲାଙ୍ଗିର, (କେପିଏନ୍‌ଏସ୍‌) : ମହାବିଷୁବ ସଂକ୍ରାନ୍ତିକୁ କାହିିଁକି ପଣା ସକ୍ରାନ୍ତି ଭାବେ ପାଳନ କରାଯାଏ ଆସନ୍ତୁ ଜାଣିବା । ଓଡ଼ିଆ ପଞ୍ଜିକା ଗଣନା ଅନୁସାରେ, ମହାବିଷୁବ ସଂକ୍ରାନ୍ତିକୁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବେ ଗ୍ରହଣ କରାଯାଏ । ତେଣୁ ଏହି ଦିନକୁ ଓଡ଼ିଆ ନବବର୍ଷ ଭାବେ ପାଳନ କରାଯାଏ । ବର୍ଷ ଆରମ୍ଭ ହେଉଥିବାରୁ ପ୍ରତି ଓଡ଼ିଆ ଘରେ ଦେବୀଦେବତାଙ୍କଠାରେ ସ୍ୱତନ୍ତ୍ର ପୂଜା, ହୋମ ଆଦି ଯଥାବିଧି ପାଳନ କରାଯାଏ । ଏହି ଦିନଠାରୁ ବସନ୍ତ ଋତୁ ଶେଷ ହୋଇ ଗ୍ରୀଷ୍ମ ଆରମ୍ଭ ହୁଏ । ଏହି ସମୟରେ ସୂର୍ୟ୍ୟ କିରଣର ପ୍ରଖରତା ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧିପାଏ ବୋଲି କୁହାଯାଏ । ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା କରାଯାଇଥାଏ । ତେଣୁ ଆଜି ଦିନରେ ଠାକୁରଙ୍କ ପାଖରେ ଛତୁ ଓ ପଣା ଭୋଗର ବିଧି ରହିଛି । ସେଥିପାଇଁ ଏହି ଦିନକୁ ପଣା ସଂକ୍ରାନ୍ତି ବୋଲି କୁହାଯାଏ । ଏହି ସଂକ୍ରାନ୍ତିଠାରୁ ବୃକ୍ଷଜଗତ ଓ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହାକୁ ଜଳ ସଂକ୍ରାନ୍ତି ବୋଲି ମଧ୍ୟ କୁହାଯାଏ ।

Leave A Reply

Your email address will not be published.