ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ କଲେଜରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ କଲେଜରେ ଓଡ଼ିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ନିର୍ଦ୍ଦେଶ ଅନୁସାରେ ଦଶମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ସରୋଜ କୁମାର ନାୟକଙ୍କ ସଭାପତିତ୍ୱରେ ମୁରିବାହାଲର ଯୋଗଗୁରୁ ସୁଦର୍ଶନ ଖର୍ସେଲ ଛାତ୍ରଛାତ୍ରୀଙ୍କୁ ଯୋଗ ଶିକ୍ଷା ଦେଇ ଯୋଗର ଉପକାରିତା ସମ୍ପର୍କରେ ମତବ୍ୟକ୍ତ କରିଥିଲେ । ଏହି ଯୋଗ ଦିବସରେ ଉପସ୍ଥିତ ୧୫୦ଜଣ ଛାତ୍ରଛାତ୍ରୀଙ୍କୁ କଲେଜ ତରଫରୁ ପ୍ରଶଂସାପତ୍ର ବଣ୍ଟନ କରାଯାଇଥିବା ବେଳେ ବିଭିନ୍ନ ପ୍ରତିଯୋଗୀତାର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ଅଧ୍ୟାପକ ଭ୍ରୀଙ୍ଗରାଜ ରଣାଙ୍କ ସଭା ପରିଚାଳନାରେ ଅଧ୍ୟାପକ ଘନଶ୍ୟାମ ଖମାରୀ ଧନ୍ୟବାଦ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ କଲେଜର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ଅଣଶିକ୍ଷକ କର୍ମଚାରୀ ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.