jsm

ନେହରୁ ଯୁବ କେନ୍ଦ୍ର ତରଫରୁ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ

csstore

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରର ଜିଲ୍ଲା କ୍ରୀଡା କାର୍ଯ୍ୟାଳୟ ପରିସରରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଅବସର ପ୍ରାପ୍ତ ସ୍ୱାସ୍ଥ୍ୟ ଓ ଶିକ୍ଷା ବିଭାଗ ଅଧିକାରୀ ଡ.ଅନନ୍ତ ଚରଣ ମିଶ୍ର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା କ୍ରୀଡା ଅଧିକାରୀ ଜିତେନ୍ଦ୍ର କୁମାର ମହାକୁଡ଼, ତିରଞ୍ଜୀବ ପ୍ରଶିକ୍ଷକ ଆଶାରାମ ହାଁସଦା, ଆଇନଜୀବୀ ମନୋଜ କୁମାର ପଟ୍ଟନାୟକ, କମ୍ପୁଟର ଶିକ୍ଷକ ଅମ୍ବିକା ପ୍ରସାଦ ପ୍ରହରାଜ ଏବଂ ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ସହକର୍ମୀ ସତ୍ୟବାନ ଦଳବେହେରା ପ୍ରମୁଖ ଯୋଗ ଦେଇଥିଲେ । ଏଥିରେ ଫୁଲବାଣୀ ବ୍ଲକର ଯୁବକ ଓ ଯୁବତୀ ଉପସ୍ଥିତ ରହି ଏକ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ପ୍ରଥମ ରତ୍ନାକର ପାଲଟା ସିଂ, ଦ୍ୱିତୀୟ ସରୋବ ସିଂ ଏବଂ ତୃତୀୟ ଚିଣ୍ଟୁ ନାୟକ ହୋଇଥିଲେ । ବିଜୟୀ ପ୍ରତିଯୋଗୀମାନଙ୍କୁ ଟ୍ରଫି, ପ୍ରମାଣ ପତ୍ର ଦେଇ ଅତିଥିମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା । ମୁଖ୍ୟ ଅତିଥି ଅନୁଷ୍ଠିତ ଦିବସର ମୂଳ ଲକ୍ଷ୍ୟ ଓ ଉଦେଶ୍ୟ ବିଷୟରେ ଉପସ୍ଥିତ ଯୁବ ଭାଇ ଓ ଭଉଣୀମାନଙ୍କୁ ଅବଗତ କରିଥିଲେ । ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ସହ କର୍ମୀମାନେ ବିଭିନ୍ନ ପ୍ରକାରର କାର୍ଯ୍ୟକ୍ରମ ବିଷୟରେ ଅବଗତ କରିଥିଲେ । ପରିଶେଷରେ ସ୍ୱେଚ୍ଛାସେବୀ ସୋନାଲି ଡିଗାଲ ଧନ୍ୟବାଦ ଅର୍ପଣ କରିଥିଲେ ।

yuvodaya
Leave A Reply

Your email address will not be published.