ଭୁବନେଶ୍ୱର : ଆସନ୍ତା ୪ ଦିନ ଯାଏଁ ବର୍ଷାରେ ଭିଜିବ ସାରା ଓଡ଼ିଶା । କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ କେଉଁଠି ପ୍ରବଳ ବର୍ଷିପାରେ । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଆସନ୍ତା ୩ ଘଣ୍ଟା ମଧ୍ୟରେ ବୌଦ୍ଧ, କନ୍ଧମାଳ, ବଲାଙ୍ଗିର, କଳାହାଣ୍ଡି, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ଦକ୍ଷିଣ ଓ କେନ୍ଦ୍ରୀୟ ଓଡିଶାରେ ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି କରିଛି ପାଣିପାଗ ବିଭାଗ ।
Next Post