ରାଜ୍ୟରେ ପ୍ରବଳ ବର୍ଷା : ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ୩୧ ସୁଦ୍ଧା ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ନେଇ ସତର୍କତା ଜାରି କଲେ ପାଣିପାଗ ବିଜ୍ଞାନୀ ସଞ୍ଜୀବ ଦ୍ୱିବେଦୀ । ଏହାର ପ୍ରଭାବରେ ଅଗଷ୍ଟ ୩ ଯାଏଁ ଉତ୍ତର, ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଣ୍ଟାରେ ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଯାଜପୁର ଜିଲ୍ଲାରେ ୭୦ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ରହିଛି । ୩୧ ତାରିଖରେ ୧୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ ହୋଇଥିବା ବେଳେ ୩୧ରୁ ୨ ଯାଏଁ ଛତିଶଗଡ଼ରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.