ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା : ପୂର୍ବାନୁମାନ କଲା ପାଣିପାଗ

ଭୁବନେଶ୍ୱର : ବର୍ତ୍ତମାନ ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଫଳରେ ସୁନ୍ଦରଗଡ଼ ଓ ଝାରସୁଗୁଡାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାପରେ ୧୪ ଓ ୧୫ ତାରିଖରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା କରି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସ୍‌ଆର୍‌ସିଙ୍କ ପକ୍ଷରୁ ମଧ୍ୟ ସତର୍କ ସୂଚନା ଜାରି କରାଯିବା ସହ ଜିଲ୍ଲା ପ୍ରଶାସନକୁ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.