ପ୍ରବଳ ବର୍ଷା ନେଇ ସତର୍କତା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ପୂର୍ବ କେନ୍ଦ୍ରୀୟ ଓ ସନ୍ନିକଟ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଆଗାମୀ ୨ ଦିନରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ମୁହାଇଁ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଗତି କରିବ । ଏହାର ପ୍ରଭାବରେ ୩୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଏହି ୪ଜିଲ୍ଲାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା । ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ପାଇଁ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୩୦ ଓ ୩୧ ତାରିଖରେ ସମୁଦ୍ର ଭିତରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Leave A Reply

Your email address will not be published.