pakka

୧୧ଟାରୁ ଅପରାହ୍ଣ ୩ଟା ଯାଏ ବାହାରେ ନ ବୁଲିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପରାମର୍ଶ

bbehera

ଭୁବନେଶ୍ୱର : ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଆଖି ଆଗରେ ରଖି ଦିନ ୧୧ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ଲୋକମାନେ ବାହାରେ ନ ବୁଲିବାକୁ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏନେଇ ଅଧିକ ତଥ୍ୟ ଦେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି, ଗତ ୨୪ ଘଣ୍ଟାରେ ରାଜ୍ୟରେ ଅନେକ ସ୍ଥାନରେ ତାପମାତ୍ରା ରେକର୍ଡ କରାଯାଇଛି । ଝାରସୁଗୁଡ଼ାରେ ସର୍ବୋଚ୍ଚ ତାପମାତ୍ରା ୪୦.୪, ତାଳଚେରରେ ୪୦.୪ ଡିଗ୍ରି ଛୁଇଁଥିଲା ତାପମାତ୍ରା ଆହୁରି ଛଅଟି ସହରରେ ପାରଦ ବଢିଛି । ଆଜି ଅନୁମାନ କରାଯାଉଛି, ଦୁଇଦିନ ଏଭଳି ତାପମାତ୍ରା ରହିବ । ପଶ୍ଚିମାଝଡ଼ର ପ୍ରକୋପ ରହିବ । ତେଣୁ ଜଳୀୟବାଷ୍ପ ରାଜ୍ୟ ଭିତରକୁ ପ୍ରବାହ କରିବ । ଆସନ୍ତା ୪ରୁ ୬ ତାରିଖ ପର୍ଯ୍ୟନ୍ତ କିଛି କିଛି ସ୍ଥାନରେ ଆହୁରି ୨ରୁ ୩ ଡିଗ୍ରି ତାପମାତ୍ରା ବୃଦ୍ଧି ପାଇବ । ଗ୍ରୀଷ୍ମ ପ୍ରବାହ ସ୍ଥିତି ପାଇଁ ୟେଲୋ ୱାର୍ଣିଂ ଜାରି କରାଯାଇଛି । ଉପକୂଳ ଓଡ଼ିଶା ଭଦ୍ରକ, ଯାଜପୁର, କଟକ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଲାଙ୍ଗିର, କନ୍ଧମାଳ ଆଦି ଜିଲ୍ଲାରେ ରାତି ତାପମାତ୍ରା ଅଧିକ ରହୁଛି ।

jay balangir
Leave A Reply

Your email address will not be published.

nineteen − four =

error: Content is protected !!