୨ଦିନ ନିଆଁ ବର୍ଷା; ସତର୍କ କରାଇଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର : ଆସନ୍ତା ଦୁଇଦିନ ରାଜ୍ୟରେ ହେବ ନିଆଁ ବର୍ଷା । ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିପାରେ ତାପମାତ୍ରା । କାଲି ଓ ତା’ ପଅର ଦିନ ପଶ୍ଚିମ ଓଡ଼ିଶାରେ ପ୍ରବଳ ଖରା ହେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ବି ପ୍ରବଳ ଗ୍ରୀଷ୍ଣ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ହେବ । ଅଧା ଓଡ଼ିଶାରେ ପାରଦ ୪୦ ଡିଗ୍ରୀ ପାର କରିବା ସମ୍ଭାବନା ରହିଛି । ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ସାଢ଼େ ୩ଟା ଭିତରେ ଯେତେଦୂର ସମ୍ଭବ ଘରୁ ପଦାକୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି । ପରିସ୍ଥିତି ଉପରେ ନଜର ରଖି ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି । ଏଥିସହ ଆସନ୍ତା ୪ ଦିନ ଭିତରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିବ ତାତି ।

Leave A Reply

Your email address will not be published.