୧୦ ତାରିଖ ସୁଦ୍ଧା ଓଡ଼ିଶା ଛୁଇଁବ ମୌସୁମୀ : ସୂଚନା ଦେଲେ ପାଣିପାଗ କେନ୍ଦ୍ର

ଭୁବନେଶ୍ୱର : ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଖୁବ୍ ଶୀଘ୍ର ଏଥିରୁ ମୁକ୍ତି ମିଳିବ ବୋଲି ଜଣାଯାଛି । ଚଳିତଥର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟର ପୂର୍ବରୁ ଆଣ୍ଡମାନ ଏବଂ କେରଳ ଛୁଇଁଥିବା ବେଳେ ଆଗାମୀ ୧୦ ତାରିଖ ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ । ୨-୩ ତିନି ଭିତରେ ଦକ୍ଷିଣ ଓଡ଼ିଶା ଛୁଇଁବା ପରେ ଏହା ରାଜ୍ୟର ଅନ୍ୟ ଅଞ୍ଚଳକୁ ସ୍ପର୍ଶ ବିସ୍ତାରିତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେପଟେ ଆଗାମୀ ୪ ଦିନରେ ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରି ସେଲ୍‌ସିଅସ୍ ବଢ଼ିବପାରେ ବୋଲି କୁହାଯାଉଛି । ବରଗଡ଼, ବଲାଙ୍ଗିର, ନୂଆପଡ଼ାରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବା । ଏଭଳି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Leave A Reply

Your email address will not be published.