shyamal

ଆସନ୍ତାକାଲି ଠାରୁ ରାଜ୍ୟରେ ପ୍ରବଳ ବର୍ଷା : ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଠିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ଆସନ୍ତାକାଲି ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ୧୯ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ର ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଠିଂ ଜାରି କରିଛି । ସେଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ ଓ କେନ୍ଦୁଝରକୁ ୟେଲୋ ୱାର୍ଣ୍ଠିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

purusottam
Leave A Reply

Your email address will not be published.