୧୯ରୁ ଲଘୁଚାପ : ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ ଦକ୍ଷିଣ ଓଡ଼ିଶା ଉପକୂଳ ଆଡ଼କୁ ପରିବ୍ୟାପ୍ତ ହେବା ସହ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଗାମୀ ୪ ଦିନ ଯାଏଁ ରାଜ୍ୟରେ ବର୍ଷାର ପୂର୍ବାନୁମାନ କରାଯାଇଛି । ଏଥିସହ ବିଜୁଳି ଓ ଘଡ଼ଘଡ଼ି ନେଇ ସତର୍କତା ଜାରି କରିଛି । ସେପଟେ ଆସନ୍ତା ୧୯ ତାରିଖ ବେଳକୁ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.