pakka

ଆସନ୍ତା ୧୦ ତାରିଖରୁ ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା ନେଇ ସୂଚନା ଦେଲା ପାଣିପାଗ କେନ୍ଦ୍ର

bbehera

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆସନ୍ତା ୧୦ ତାରିଖରୁ ବର୍ଷା ହେବାର ସମ୍ଭାବନା ରହିଛି ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏକ ଘନୀଭୂତ ପଶ୍ଚିମା ଝଡ଼ ଆଜିଠାରୁ ଅଧିକ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ରାଜସ୍ଥାନ ତଥା ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ରୂପ ନେବ । ଏହାର ପ୍ରଭାବରେ ବିଶେଷ କରି ସୁନ୍ଦରଗଡ, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି ଏବଂ ନବରଙ୍ଗପୁରରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଏହାସହ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୧ ତାରିଖରୁ ୧୪ ତାରିଖ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଅନ୍ୟପଟେ ଓଡ଼ିଶାକୁ ଜଳୀୟବାଷ୍ପ ପୂର୍ଣ୍ଣ ଉଷ୍ଣ ପବନ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବାରୁ ତାପମାତ୍ରା ବୃଦ୍ଧି ପାଉଛି ।

Leave A Reply

Your email address will not be published.

14 − 3 =