ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା : ଜାରି ହେଲା ଆଲର୍ଟ

ଭୁବନେଶ୍ୱର : ରାଜ୍ୟରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଯାଏ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏଥିପାଇଁ ଅନେକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ମଙ୍ଗଳବାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି । ଟୁଇନ ସିଟିରେ ମଧ୍ୟ ପ୍ରବଳ ଛେଚିଛି । ତେବେ ବୁଧବାର ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ, କେଉଁଝର ଆଦି ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ । ସେହିପରି ବାଲେଶ୍ୱର, ଭଦ୍ରକ, ଜଗସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲାକୁ ବଜ୍ରପାତ ଭୟ ରହିଛି । ଗୁରୁବାର ପର୍ଯ୍ୟନ୍ତ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି ।

jittmm
Leave A Reply

Your email address will not be published.