ବାଲିଗୁଡାର ପୂର୍ବତନ ବିଜେପି ବିଧାୟକ ସୁରେନ୍ଦ୍ର କହଁରଙ୍କ ପରଲୋକ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡାର ପୂର୍ବତନ ବିଜେପି ବିଧାୟକ ସୁରେନ୍ଦ୍ର କହଁରଙ୍କ ପରଲୋକ ହୋଇଯାଇଛି । ତାଙ୍କର ଦେହାନ୍ତ ବେଳକୁ ୮୪ ବର୍ଷ ହୋଇଥିଲା । ନିଜ ବାସ ଭବନ ସଲାଗୁଡାଠାରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି । ସେ ଶିକ୍ଷକତାରୁ ଅବସର ଗ୍ରହଣ କରିବା ପରେ ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ବାଲିଗୁଡା ବିଧାୟକ ଭାବେ କାର୍ଯ୍ୟ କରିଥିଲେ । ସେ ଦୀର୍ଘ ଦିନ ଧରି ଶଯ୍ୟାରେ ପଡି ରହି ଚିକିତ୍ସିତ ହେଉଥିଲେ । ଗୁରୁତର ହେବାରୁ ଶନିବାର ସକାଳ ସମୟରେ ମୃତ୍ୟୁ ବରଣ କରିଛନ୍ତି । ତାଙ୍କର ବିୟୋଗରେ ସମଗ୍ର ଜିଲ୍ଲା ବିଜେପି, ବିଜେଡି ଓ କଂଗ୍ରେସ ଦଳ ତଥା ବହୁ ନେତୃ ସ୍ଥାନୀୟ ବ୍ୟକ୍ତିଙ୍କ ପକ୍ଷରୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଜିଲ୍ଲାରେ ଶୋକରେ ଛାୟା ଖେଳିଯାଇଛି । ମୃତ୍ୟୁ ଶଯ୍ୟା ନିକଟରେ ପୁଅ, ଝିଅ, ଜୋଇଁ, ନାତି, ନାତୁଣୀ ପ୍ରମୁଖ ଉପସ୍ଥିତ ଥିଲେ । ସ୍ୱର୍ଗତ କହଁରଙ୍କ ମର ଶରୀରକୁ ଏକ ବିରାଟ ଶୋଭାଯାତ୍ରାରେ ନିଆଯାଇ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା ।

Leave A Reply

Your email address will not be published.