ପୂର୍ବତନ ସାଂସଦ ତଥା ବିଶିଷ୍ଟ ଅର୍ଥନୀତିଜ୍ଞ ତ୍ରିଲୋଚନ କାନୁନଗୋଙ୍କ ପରଲୋକ

କଟକ : ଜଗତସିଂହପୁରର ପୂର୍ବତନ ସାଂସଦ ତଥା ବିଶିଷ୍ଟ ଶିକ୍ଷାବିତ ଓ ଅର୍ଥନୀତିଜ୍ଞ ତ୍ରିଲୋଚନ କାନୁନଗୋଙ୍କ ପରଲୋକ ହୋଇଥିବା ଜଣାପଡିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ଏଥିସହ ସେ କଟକ ପୌରପାଳିକାର ପ୍ରାକ୍ତନ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରି ବେଶ ଲୋକପ୍ରିୟତା ହାସଲ କରିଥିଲେ । ଅଡଶପୁରସ୍ଥିତ ୟୁଏନ୍ କଲେଜର ପରିଚାଳନା ସମିତିର ସେ ଅଧ୍ୟକ୍ଷ ଭୂମିକା ନିର୍ବାହ କରୁଥିଲେ । ସେ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

ଶ୍ରୀ କାନୁନଗୋ ରାଜ୍ୟ ଅର୍ଥ କମିଶନର ଅଧ୍ୟକ୍ଷ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ । ଜଗତସିଂହପୁର ଲୋକସଭା ଆସନରୁ ସେ ୧୯୯୯ ମସିହାରେ ବିଜୁ ଜନତା ଦଳ ଟିକେଟରେ ନିର୍ବାଚିତ ହୋଇଥିଲେ । ତ୍ରିଲୋଚନ କାନୁନଗୋ ୧୯୪୦ ମସିହା ନଭେମ୍ବର ୨୪ ତାରିଖରେ କଟକ ଜିଲ୍ଲା ବଡ଼ମୂଳେଇ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ସେ କଟକର ଶେଖ ବଜାରରେ ଗତ କିଛି ବର୍ଷ ହେବ ରହି ଆସୁଥିଲେ । ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି ।

Leave A Reply

Your email address will not be published.