ls

ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କର ପରଲୋକ

sb

ଭୁବନେଶ୍ୱର : କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକ(୯୩)ଙ୍କର ପରଲୋକ ହୋଇଛି । ଭୁବନେଶ୍ୱର ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ସେ କାକଟପୁର ନିର୍ବାଚନ ମଣ୍ଡଳୀରୁ ୭ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ସୁରେନ୍ଦ୍ର ନାୟକ କୃଷି ଓ ଶିକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଥିଲେ । ୧୯୭୭ ମସିହାରେ ଶ୍ରୀ ନାୟକ ଥିଲେ ବିଧାନସଭାର ଉପବାଚସ୍ପତି । ଶ୍ରୀ ନାୟକ ମସ୍ତିଷ୍କାଘାତରେ ଆକ୍ରାନ୍ତ ହୋଇ ୨୦୧୯ ମସିହାରୁ ଅସୁସ୍ଥ ଥିଲେ । ଅସୁସ୍ଥତା ସତ୍ତ୍ୱେ ନିଜର ପୂର୍ବ ନିର୍ବାଚନମଣ୍ଡଳୀ କାକଟପୁର, ଅସ୍ତରଙ୍ଗ ସମେତ ଅନ୍ୟ ଅଞ୍ଚଳର ବନ୍ଧୁମାନଙ୍କ ସହିତ ସେ ସଂପର୍କରେ ରହିଥିଲେ ବୋଲି ଜଣାପଡିଛି ।

pc pk
Leave A Reply

Your email address will not be published.