jsm

ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଗୋପାଳପୁର ବେଳାଭୂମିରେ ପାରମ୍ପରିକ ବୋଇତ ବନ୍ଦାଣ ଉତ୍ସବ ସମାହିତ

csstore

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବା ରାସପୂର୍ଣ୍ଣିମା ଅବସରରେ ପ୍ରାଚୀନ ନୌବାଣିଜ୍ୟ ପରମ୍ପରାର ସ୍ମୁତି ବଜାୟ ରଖିବା ପ୍ରାୟାସରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଗୋପାଳପୁର ବେଳାଭୂମିସ୍ଥ ମହୋତ୍ସବ ସ୍ଥଳରେ ପାରମ୍ପରିକ ବୋଇତ ବନ୍ଦାଣ ଉତ୍ସବ ସମାହିତ ହୋଇଯାଇଛି । ଏହି ଅବସରରେ ବାଣିଜ୍ୟ ପରିବହନ, ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ବ୍ରହ୍ମପୁର ମହାନଗର ନିଗମ ମେୟର ସଂଘମିତ୍ରା ଦଳେଇ, ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନସାମନ୍ତରା, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ, ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ, କବି ସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକଙ୍କ ସମେତ ବହୁ ବିଧାୟକ ଓ ଅନ୍ୟାନ୍ୟ ଲୋକ ପ୍ରତିନିôଧମାନେ ଏହି କାର୍ଯ୍ୟକ୍ରମରେ ମଞ୍ଚାସୀନ ହୋଇ ପ୍ରାଚୀନ ନୌବାଣିଜ୍ୟ ପରମ୍ପରାର ଇତି ବୃତ୍ତି ସମ୍ପର୍କରେ ଆଲୋକପାତ କରିଥିଲେ । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ବ୍ରହ୍ମପୁର ଏସ୍.ପି. ଡ଼ଃ. ଶ୍ରବଣ ବିବେକ୍ ଏମ୍, ଉପଜିଲ୍ଲାପାଳ ଦୀନା ଦସ୍ତାଗିର୍, ଗୋପାଳପୁର ଏନ୍‌.ଏ.ସି. ଅଧ୍ୟକ୍ଷ, ବ୍ରହ୍ମପୁର ମହାନଗର ନିଗମ କମିଶନରଙ୍କ ସମେତ ଗୋପାଳପୁର ବନ୍ଦରର ବହୁ କର୍ତ୍ତୃପକ୍ଷ ତଥା ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଯୋଗଦେଇଥିଲେ ।

yuvodaya
Leave A Reply

Your email address will not be published.