oom

ସୁନ୍ଦରଗଡ଼ଠାରେ ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ ପ୍ରଦର୍ଶିତ

jsmm

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ଏବଂ କେତେକ କାର୍ଯ୍ୟକ୍ରମ ଗୁଡ଼ିକ ଆଗକୁ ଆୟୋଜିତ ହେବ । ଏହି ପରିପ୍ରେକ୍ଷୀରେ ଆଜି ସ୍ଥାନୀୟ ସଂସ୍କୃତି ଭବନ ଠାରେ ଜିଲ୍ଲା ପ୍ରଶାସନ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏକ ଓଡ଼ିଆ ଚଳଚ୍ଚିତ୍ର ପ୍ରଦର୍ଶିତ ହୋଇଅଛି। ଏହି ଅବସରରେ ସଚେତନତାଧର୍ମୀ ‘ଦମନ’ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା । ଓଡ଼ିଆ ଚଳଚ୍ଚିତ୍ରର ବହୁଳ ପ୍ରଚାର ପ୍ରସାର ନିମନ୍ତେ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଆଜି ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏଥିରେ ଅତିରିକ୍ତ ଜିଲ୍ଲାପାଳ ରବି ନାରାୟଣ ସାହୁ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ, ଜିଲ୍ଲା ଶିକ୍ଷା ଅଧିକାରୀ ଅମୂଲ୍ୟ ପଧାନ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ନନ୍ଦିନୀ ମୁଣ୍ଡାରୀ, ଗୋପ କୃଷ୍ଣ ନାୟକ, ଦେବେନ୍ଦ୍ର ଅମାତ, ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ, କାଉନସିଲର ସୁମନ୍ତ ସାହୁ, ବୁଦ୍ଧିଜୀବୀ, ବରିଷ୍ଠ ନାଗରିକ, ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟ, ଆଶା କର୍ମୀ ଏବଂ ଜନସାଧାରଣ ଉପସ୍ଥିତ ରହି ଚଳଚ୍ଚିତ୍ର ଦେଖିଥିଲେ ।

jittmm
Leave A Reply

Your email address will not be published.