oom

ଇସ୍ରାଏଲର ପ୍ରଧାନମନ୍ତ୍ରୀଙ୍କ ସହିତ ସ୍ଥାନୀୟ ଅଞ୍ଚଳର ପରିବର୍ତ୍ତିତ ପରିସ୍ଥିତି ସମ୍ପର୍କରେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

jsmm

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଇସ୍ରାଏଲର ପ୍ରଧାନମନ୍ତ୍ରୀ ମାନ୍ୟବର ବେଞ୍ଜାମିନ୍ ନେତାନ୍ୟାହୁଙ୍କ ସହ ଏହି ଅଞ୍ଚଳର ପରିବର୍ତ୍ତିତ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି । ଆଲୋଚନା ସମୟରେ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ଶ୍ରୀ ମୋଦୀଙ୍କୁ ସାମ୍ପ୍ରତିକ ଘଟଣାବଳୀ ସମ୍ପର୍କରେ ଅବଗତ କରାଇଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ପରିସ୍ଥିତିକୁ ନେଇ ଭାରତର ଚିନ୍ତା ବ୍ୟକ୍ତ କରିଥିଲେ । ବିଶ୍ୱ ଶାନ୍ତି ପ୍ରୟାସ ପ୍ରତି ଭାରତର ପ୍ରତିବଦ୍ଧତାକୁ ଦୋହରାଇ ଶ୍ରୀ ମୋଦୀ ଏହି ଅଞ୍ଚଳରେ ଶୀଘ୍ର ଶାନ୍ତି ଏବଂ ସ୍ଥିରତା ଫେରାଇ ଆଣିବାର ଜରୁରୀ ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ । ସେ ଏକ୍ସରେ ଏକ ପୋଷ୍ଟରେ ଲେଖିଛନ୍ତି : “ଇସ୍ରାଏଲର ପ୍ରଧାନମନ୍ତ୍ରୀ ଶ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କଠାରୁ ଏକ ଫୋନ କଲ୍ ପାଇଲି । ସେ ମୋତେ ପରିବର୍ତ୍ତିତ ପରିସ୍ଥିତି ବିଷୟରେ ଅବଗତ କରାଇଥିଲେ । ମୁଁ ଭାରତର ଚିନ୍ତାଧାରାକୁ ସେୟାର କରିଥିଲି ଏବଂ ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା ଶୀଘ୍ର ପୁନରୁଦ୍ଧାର କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲି ।

jittmm
Leave A Reply

Your email address will not be published.