ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହିତ କଥା ହୋଇଛନ୍ତି । ଏହା ଦେଶ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଥିଲା । ସାକ୍ଷାତ ସମୟରେ, ଦୁହେଁ ମହାକାଶରେ ଶ୍ରୀ ଶୁକ୍ଳାଙ୍କ ଅଭିଜ୍ଞତା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାରେ ଭାରତର ଅଗ୍ରଗତି ଏବଂ ଦେଶର ମହତ୍ୱାକାଂକ୍ଷୀ ମାନବ ମହାକାଶ ଉଡ଼ାଣ କାର୍ଯ୍ୟକ୍ରମ – ଗଗନଯାନ ସମେତ ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲେ । ଏକ୍ସରେ ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି: “ଶୁଭାଂଶୁ ଶୁକ୍ଳାଙ୍କ ସହ ବହୁତ ଭଲ ଆଲୋଚନା ହୋଇଛି । ଆମେ ମହାକାଶରେ ତାଙ୍କର ଅଭିଜ୍ଞତା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାରେ ପ୍ରଗତି ଏବଂ ଭାରତର ମହତ୍ୱାକାଂକ୍ଷୀ ଗଗନଯାନ ମିଶନ ସମେତ ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲୁ । ଭାରତ ତାଙ୍କ ସଫଳତା ପାଇଁ ଗର୍ବିତ ।’’
