ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣରେ ପରିବାରର ୪ ମୃତ

ନୂଆଦିଲ୍ଲୀ : ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣରେ ପରିବାରର ୪ ମୃତ । ଉତ୍ତରପ୍ରଦେଶ ଦେଓରିଆରେ ଘଟିଛି ଏଭଳି ଏକ ଅଭାବନୀୟ ଘଟଣା । ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଘଟି ଗୋଟିଏ ପରିବାରର ୪ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ରୋଷେଇ କରୁଥିବା ବେଳେ ଏଭଳି ଅଘଟଣ ଘଟିଥିଲା । ବିସ୍ଫୋରଣରେ ଜଣେ ମହିଳା ଓ ଶିଶୁ ସମେତ ୪ ଜଣଙ୍କର ମୃତ୍ୟୁ ଘଟିଛି । ପରେ ପୁଲିସ୍ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।

Leave A Reply

Your email address will not be published.

7 + twelve =