pakka

ସମ୍ବାଦପତ୍ର ବିତରକଙ୍କୁ ପରିଚୟପତ୍ର ବଣ୍ଟନ

bbehera

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଜିଲ୍ଲାର ସମସ୍ତ ସମ୍ବାଦପତ୍ର ବିତରକଙ୍କୁ ପରିଚୟପତ୍ର ବଣ୍ଟନ କରାଯାଇଥିଲା । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ଯୋଗଦେଇ ରାଜ୍ୟ ସରକାରଙ୍କ ଦ୍ଵାରା ପ୍ରଦତ୍ତ ପରିଚୟପତ୍ର ବଣ୍ଟନ କରିଥିଲେ । ଏଥିରେ ଜିଲ୍ଲାର ସମସ୍ତ ବ୍ଲକ୍‌ର ବିତରକମାନେ ଯୋଗଦେଇ ତାଙ୍କ ପରିଚୟପତ୍ର ଗ୍ରହଣ କରିଥିଲେ ।

Leave A Reply

Your email address will not be published.

four × five =