ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ଉପଖଣ୍ଡ ସରକାରୀ ଚିକିତ୍ସାଳୟ ପରିସରରେ ନିର୍ମାଣାଧୀନ ଅକ୍ସିଜେନ ପ୍ଲାଣ୍ଟର ସମୀକ୍ଷା କରିବା ସହିତ ଡାକ୍ତରଖାନାର ବିଭିନ୍ନ ୱାର୍ଡ ପରିଦର୍ଶନ କରି ରୋଗୀ ଓ ସେମାନଙ୍କର ପରିଜନ ମାନଙ୍କ ସୁବିଧା ଅସୁବିଧା ପଚାରି ବୁଝିଥିଲେ ବରଗଡ ସାଂସଦ ସୁରେଶ ପୂଜାରୀ, ପଦ୍ମପୁର ପୂର୍ବତନ ବିଧାୟକ ତଥା ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ପ୍ରଦୀପ ପୁରୋହିତ । ଏହି ଅବସରରେ ଡାକ୍ତରଖାନାର ବିଭିନ୍ନ ସମସ୍ୟା ବିଷୟରେ ସ୍ୱାସ୍ଥ୍ୟ ବିଭାଗର ଡାକ୍ତର, ନର୍ସ, ପାରାମେଡିକାଲ ଷ୍ଟାଫ ମାନଙ୍କ ସହିତ ଆଲୋଚନା କରିଥିଲେ ଓ ସମ୍ଭାବୀୟ ତୃତୀୟ କରୋନା ଲହର ପାଇଁ ପ୍ରସ୍ତୁତ ରହିବା ପାଇଁ ପରାମର୍ଶ ଦେଇଥିଲେ ।

Leave A Reply

Your email address will not be published.