pakka

୫-ଟି ସଚିବଙ୍କ ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ପରିଦର୍ଶନ

  • ବିଶ୍ୱବିଦ୍ୟାଳୟ ରୂପାନ୍ତରଣ କାମର ସମୀକ୍ଷା
  • ଡିସେମ୍ବର ସୁଦ୍ଧା ୧୦୦୦ ଆସନ ବିଶିଷ୍ଟ ଅତ୍ୟାଧୁନିକ ଅଡିଟୋରିଅମ ନିର୍ମାଣ ଶେଷ ହେବ
  • ସବୁ class room, smart class ହେବ
  • ଓୟୁଏଟିକୁ ଦେଶର ଶ୍ରେଷ୍ଠ କୃଷିଶିକ୍ଷା ଓ ଗବେଷଣା ଅନୁଷ୍ଠାନ ଭାବେ ବିକଶିତ କରାଯିବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଆଜି ସଂଧ୍ୟାରେ ସ୍ଥାନୀୟ ଓଡିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ ପରିଦର୍ଶନ କରି ସେଠାରେ ୫-ଟି ରୂପାନ୍ତର କାର୍ଯ୍ୟକ୍ରମ ଅଧୀନରେ ଚାଲିଥିବା ଅନେକ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ଏହାସହିତ ସେଠାରେ ପଢୁଥିବା ଥିବା ଛାତ୍ରଛାତ୍ରୀ ମାନଙ୍କ ସହିତ ଆଲୋଚନା ମଧ୍ୟ କରିଥିଲେ ।

ପ୍ରଥମେ ଶ୍ରୀ ପାଣ୍ଡିଆନ ନିର୍ମାଣାଧୀନ State of the Art Auditorium କାମ ବୁଲି ଦେଖିଥିଲେ । ୧୦୦୦ ଆସନ ବିଶିଷ୍ଟ ଏହି ଅଡିଟୋରିଅମର ନିର୍ମାଣ କାର୍ଯ୍ୟ ଡିସେମ୍ବର ୨୦୨୩ ସୁଦ୍ଧା ଶେଷ ହେବ ବୋଲି ଆଲୋଚନା ସମୟରେ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ ଏହି ଅତ୍ୟାଧୁନିକ ଅଡିଟୋରିଅମ ଦେଶର ସବୁଠାରୁ ବଡ ଅଡିଟୋରିଅମ ହେବ ଏବଂ କୃଷି ଶିକ୍ଷା କ୍ଷେତ୍ରରେ ରାଜ୍ୟ ଠାରୁ ଆରମ୍ଭ କରି ଜାତୀୟ ଓ ଆନ୍ତର୍ଜାତୀୟ ସ୍ତର ପର୍ଯ୍ୟନ୍ତ ବିଭିନ୍ନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ, କର୍ମଶାଳା ଓ କନ୍‌ଫରେନ୍‌ସର ଆୟୋଜନ କରାଯାଇ ପାରିବ । OUATର ସବୁ classroomକୁ ସ୍ମାର୍ଟ classroom କରାଯିବö

କୃଷି ବିଶ୍ବବିଦ୍ୟାଳୟକୁ ଜାତୀୟ ସ୍ତରର ଏକ ଅଗ୍ରଣୀ ଶିକ୍ଷା ଓ ଗବେଷଣା ଅନୁଷ୍ଠାନରେ ପରିଣତ କରିବା ପାଇଁ ସମସ୍ତ ପଦକ୍ଷେପ ନିଆଯିବ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ । ସୂଚନାଯୋଗ୍ୟ ଯେ କୃଷି ବିଭାଗ ପ୍ରମୁଖ ସଚିବ ଶ୍ରୀ ଅରବିନ୍ଦ ପାଢୀ ଓ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ଉଭୟ ହେଉଛନ୍ତି କୃଷି ବିଜ୍ଞାନର ଛାତ୍ର । ଏହାପରେ ସେ ୨୦୦ ଆସନ ବିଶିଷ୍ଟ Farmers’ Hostelର ନବୀକରଣ କାମ ବୁଲି ଦେଖିଥିଲେ । କୃଷି ସଂପର୍କିତ ବିଭିନ୍ନ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗ ଦେଉଥିବା କୃଷକମାନେ ଏହି ହଷ୍ଟେଲରେ ରହିବା ପାଇଁ ବ୍ୟବସ୍ଥା କରାଯାଇଛି । ୨୦୨୩ ସେପ୍ଟେମ୍ବର ମାସ ସୁଦ୍ଧା ଏହାର ନବୀକରଣ କାର୍ଯ୍ୟ ସଂପୂର୍ଣ୍ଣ ହେବ ବୋଲି ସମୀକ୍ଷାରୁ ଜଣାଯାଇଛି ।

କୃଷି ବିଶ୍ବବିଦ୍ୟାଳୟର ଛାତ୍ରାବାସ କାମ ମଧ୍ୟ ଶ୍ରୀ ପାଣ୍ଡିଆନ ଅନୁଧ୍ୟାନ କରିଥିଲେ । ଏଥିରେ ୫୦୦ ଛାତ୍ର ରହିବାର ବ୍ୟବସ୍ଥା କରାଯାଉଛି । ଡିସେମ୍ବର ୨୦୨୩ ସୁଦ୍ଧା ଏହାର ନିର୍ମାଣ କାମ ଶେଷ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି । ପରିଶେଷରେ ସେ ଛାତ୍ରୀନିବାସର ନବୀକରଣ କାର୍ଯ୍ୟ ବୁଲି ଦେଖିଥିଲେ ଏବଂ ଛାତ୍ରୀ ମାନଙ୍କ ସହ ବିଭିନ୍ନ ସୁବିଧା ଅସୁବିଧା ସଂପର୍କରେ ଆଲୋଚନା କରିଥିଲେ । ଛାତ୍ରୀନିବାସର ଉନ୍ନତିକରଣ କାର୍ଯ୍ୟ ଖୁବ ଭଲ ହେଉଛି ବୋଲି ଛାତ୍ରୀମାନେ ମତ ଦେଇଥିଲେ । ଛାତ୍ରୀ ନିବାସରେ badminton Court ଓ Gym ସୁବିଧାର ବିକାଶ ପାଇଁ ସେ ମାନଙ୍କ ଅନୁରୋଧକୁ ଦୃଷ୍ଟିରେ ରଖି ପଦକ୍ଷେପ ନିଆଯିବ ବୋଲି 5T ସଚିବ ଛାତ୍ରୀମାନଙ୍କୁ ପ୍ରତିଶ୍ରୁତି ଦେଇଥିଲେ ।

ଏହି ପରିଦର୍ଶନ ସମୟରେ କୃଷି ବିଭାଗର ପ୍ରମୁଖ ସଚିବ ଅରବିନ୍ଦ ପାଢୀ, ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ଭି.ଭି.କେ. ଯାଦବ, ଓବିସିସିର ପରିଚାଳନା ନିର୍ଦ୍ଦେଶକ ଓ ଓୟୁଏଟିର କୁଳପତି ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

4 × 5 =