ବ୍ରହ୍ମପୁର ପ୍ରସିଦ୍ଧ ବୁଢୀ ଠାକୁରାଣୀ ମନ୍ଦିର ପରିଦର୍ଶନ କଲେ ଭି କେ ପାଣ୍ଡିଆନ୍

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି କେ ପାଣ୍ଡିଆନ ଗତକାଲି ଅପରାହ୍ନରେ ବ୍ରହ୍ମପୁର ପ୍ରସିଦ୍ଧ ବୁଢୀ ଠାକୁରାଣୀ ମନ୍ଦିର ପରିଦର୍ଶନ କରିଛନ୍ତି । ୠତକାଲି ଥିଲା ବ୍ରହ୍ମପୁର’ର ପ୍ରସିଦ୍ଧ ବୁଢୀ ଠାକୁରାଣୀ ଯାତ୍ରାର ଶେଷ ଦିନ । ଏହି ଅବସରରେ ଶ୍ରୀ ପାଣ୍ଡିଆନ ମା’ଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ । ପରେ ୫-ଟି ସଚିବ ମନ୍ଦିରର ବିକାଶ ସମ୍ପର୍କରେ ମନ୍ଦିର କମିଟି ଓ ସ୍ଥାନୀୟ ଲୋକପ୍ରତିନିଧିଙ୍କ ସହ ଆଲୋଚନା କରିଥିଲେ । ୧୫ ଦିନ ମଧ୍ୟରେ ଡିପିଆର୍ ପ୍ରସ୍ତୁତ କରିବା ପାଇଁ ଜିଲ୍ଲା ପ୍ରଶାସନକୁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଛନ୍ତି । ଗସ୍ତ ସମୟରେ ବ୍ରହ୍ମପୁର ସାଂସଦ, ମେୟର ଓ ଅନ୍ୟାନ୍ୟ ଜନ ପ୍ରତିନିଧି ଓ ଅଧିକାରୀମାନେ ଉପସ୍ଥିତ ଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

error: Content is protected !!