ସିବିଏସ୍‌ଇ ଢାଞ୍ଚାରେ ହେବ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର : ବଦଳିଲା ଯୁକ୍ତ ଦୁଇ ସିଲାବସ୍‌ ଆଉ ପରୀକ୍ଷା ପ୍ରଣାଳୀ । ଯୁକ୍ତ ଦୁଇ ବିଜ୍ଞାନ ବିଭାଗର ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ଗଣିତ ଓ ଜୀବ ବିଜ୍ଞାନର କିଛି ଅଧ୍ୟାୟକୁ ବାଦ ଦିଆଯାଇଛି । ୨୦୨୪ କାଉନସିଲ ପରୀକ୍ଷା ନୂଆ ସିଲାବସ୍‌ ଅନୁଯାୟୀ ହେବ । ସିବିଏସ୍‌ଇ ବାଦ ଦେଇଥିବା ଅଧ୍ୟାୟକୁ ଆଧାର କରି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଏକାଡେମିକ କମିଟି ନୂଆ ସିଲାବସ୍‌ ଉପରେ ମୋହର ମାରିଛି । ଏହାସହ ଏଣିକି ୩ଟି ତ୍ରୈମାସିକ ପରୀକ୍ଷା ବଦଳରେ ୨ଟି ଇଣ୍ଟରନାଲ୍‌ ପରୀକ୍ଷା ହେବ । ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ କାଉନସିଲ ପରୀକ୍ଷାରୁ ୮୦% ମାର୍କ ଓ ଇଣ୍ଟରନାଲ୍‌ ପରୀକ୍ଷାରୁ ୨୦% ମାର୍କ ଆଧାରରେ ଛାତ୍ରଛାତ୍ରୀ ମାର୍କ ପାଇବେ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

Leave A Reply

Your email address will not be published.

1 × 5 =