ପରୀକ୍ଷା ବାତିଲ ଦାବୀ : ଛାତ୍ରଛାତ୍ରୀ ଓ ପୋଲିସ ମଧ୍ୟରେ ଧସ୍ତାଧସ୍ତି

ଭୁବନେଶ୍ଵର : ପରୀକ୍ଷା ବାତିଲ ଦାବୀ ନେଇ ଛାତ୍ରଛାତ୍ରୀ ଓ ପୋଲିସ ମଧ୍ୟରେ ଧସ୍ତାଧସ୍ତି ହୋଇଥିବା ସୂଚନା ମିଳିଛି । ସୂଚନା ଅନୁସାରେ ମାଷ୍ଟରକ୍ୟାଣ୍ଟିନ୍ ଛକରେ ଯୁକ୍ତ ୨ ଛାତ୍ର ଓ ପୋଲିସ ମଧ୍ୟରେ ଧସ୍ତାଧସ୍ତି ହୋଇଛି । ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବୀରେ ଛାତ୍ରଛାତ୍ରୀମାନେ ବିକ୍ଷୋଭ ପ୍ରଦର୍ଶନ କରି ଟାୟାର ଜାଳି ରାସ୍ତା ଅବରୋଧ କରିଥିବା ବେଳେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଯାଇଛି । ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ଘଟିଥିବା ବେଳେ ସରକାର ଅଫଲାଇନ୍ ପରୀକ୍ଷା କରାଇବା ପାଇଁ ନିଷ୍ପତ୍ତି ନେଇଥିବା ବେଳେ ଛାତ୍ରଛାତ୍ରୀମାନେ ଅଫଲାଇନ୍ ପରୀକ୍ଷା ଦେବାକୁ ରାଜି ନୁହନ୍ତି । ତୁରନ୍ତ ଅଫଲାଇନ୍ ପରୀକ୍ଷା ବାତିଲ ଦାବୀରେ ଆଜି ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ଟାୟାର ଜାଳି ଛାତ୍ରଛାତ୍ରୀମାନେ ରାସ୍ତା ଅବରୋଧ କରିଛନ୍ତି ।

Leave A Reply

Your email address will not be published.