ବରଗଡ଼ କେନ୍ଦ୍ରୀୟ ବିଦ୍ୟାଳୟରେ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନରେ ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗତକାଲି ଦିନ ୧୧ଟାରେ ଦୂରଦର୍ଶନ ଚ୍ୟାନେଲ ଓ ପ୍ରୋଜେକ୍ଟରେ ସିଧା ପ୍ରସାରଣ କରାଯାଇଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମ ବିଗତ ପାଞ୍ଚ ବର୍ଷ ଧରି ହୋଇଆସୁଛି । ଏଥିରେ ଛାତ୍ର ଛାତ୍ରୀ ମାନେ ପରୀକ୍ଷା ସମୟରେ କିପରି ଚାପ ମୁକ୍ତ ରହିପାରିବେ ସେଥିପ୍ରତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ ଦେଇଥିଲେ । ସ୍କୁଲ ପରିସରରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ବରଗଡ଼ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନର ଅଧ୍ୟକ୍ଷ ହିରଣ୍ମୟ ପ୍ରସାଦ ଚାନ୍ଦ ସମେତ ଦ୍ୱିତୀୟ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀ ଏବଂ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଅବିଭାବକମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.