om academy

୧୭ରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ

jsm

ଭୁବନେଶ୍ୱର : ଆସନ୍ତା ୧୭ରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ। ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସୂଚନା ରହିଛି । ଆସନ୍ତା ୧୮ ତାରିଖରେ ମଧ୍ୟ ପ୍ରବଳ ବର୍ଷା ହେବ । ମୌସୁମୀ ବର୍ତ୍ତମାନ କୋରାପୁଟରେ ସକ୍ରିୟ ରହିଥିବା ବେଳେ ଆଗାମୀ ୩ ରୁ ୪ ଦିନ ଭିତରେ ଆଗକୁ ଅଗ୍ରସର ହେବ । ଆଜି ଉପକୂଳରେ ପ୍ରାକ୍ ମୌସୁମୀ ବର୍ଷା ରହିଛି କିନ୍ତୁ ଉପକୂଳରେ ଗୁଳୁଗୁଳି ଲାଗି ରହିବ । ଆଗାମୀ ୫ ଦିନ ଯାଏଁ କାଳବୈଶାଖୀ ବର୍ଷା ବିଭିନ୍ନ ସ୍ଥାନରେ ରହିବ । ଏହା ସହ ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶା ସହ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ହିଟ୍ ୱେଭ୍ ରହିବ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱର ପାଣିପାଗ ବିଭାଗ ।

Leave A Reply

Your email address will not be published.