ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୭,୪୦୦ରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭,୪୦୦ ଟଙ୍କାରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ ଯେ ୫-ଟି ଅଧ୍ୟକ୍ଷ ଭି. କେ. ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା ଉର୍ଦ୍ଦୁ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ରାଜ୍ୟର ବିଭିନ୍ନ ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ, ଓ ଉଚ୍ଚ ବିଦ୍ୟାଳୟରେ ଉର୍ଦ୍ଦୁ ବିଷୟକୁ ପ୍ରାଥମିକ ଭାଷା ଭାବେ ଗ୍ରହଣ କରୁଥିବା ୧୦ରୁ ଉର୍ଦ୍ଧ୍ୱ ଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ରାଜ୍ୟ ସରକାର ଚୁକ୍ତି ଭିତ୍ତିକ ଉର୍ଦ୍ଦୁ ଶିକ୍ଷକ ଓ ଉର୍ଦ୍ଦୁ ସମ୍ବଳ ଶିକ୍ଷକ ନିଯୁକ୍ତ କରିଛନ୍ତି । ପୂର୍ବରୁ ସେମାନଙ୍କୁ ମାସିକ ୭,୪୦୦ ଟଙ୍କା ପାରିଶ୍ରମିକ ବାବଦରେ ଦିଆଯାଉଥିଲା । ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଏଣିକି ସେମାନେ ମାସିକ ୧୫,୦୦୦ ଟଙ୍କା ପାରିଶ୍ରମିକ ପାଇବେ । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଅନୁଯାୟୀ ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ୪୪ ଜଣ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ୪୦ ଉର୍ଦ୍ଦୁ ସମ୍ବଳ ଶିକ୍ଷକ ଉପକୃତ ହେବେ ।

Leave A Reply

Your email address will not be published.

16 − five =