pr

ଓଡିଶା ସାହିତ୍ୟ ଏକାଡେମୀର ସ୍ୱନକ୍ଷତ୍ର ଅବସରରେ ବଲାଙ୍ଗିର ସଦର ମହକୁମାରେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

dr. purohit

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଆସନ୍ତା ଜୁଲାଇ ୨୫ତାରିଖରେ ଓଡିଶା ସାହିତ୍ୟ ଏକାଡେମୀର ସ୍ୱନକ୍ଷତ୍ର ଦିବସ ପାଳନ ହେବ । ଏହାର ଅବ୍ୟବହିତ ପୂର୍ବରୁ ଓଡିଶାର ସମସ୍ତ ଜିଲ୍ଲାରେ ସାହିତ୍ୟ ସଂପର୍କରେ ବକ୍ତୃତା, ପ୍ରବନ୍ଧ, ସାଧାରଣଜ୍ଞାନ ଓ ଅନୁବାଦ ତଥା କବିତା ଆବୃତ୍ତି ପ୍ରତିଯୋଗିତାର ଆୟୋଜନ କରାଯାଉଛି । ଏହି କ୍ରମରେ ବଲାଙ୍ଗିର ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଚାରିଗୋଟି ବିଭାଗରେ କନିଷ୍ଠ ଓ ବରିଷ୍ଠ ବର୍ଗରେ ବଲାଙ୍ଗିର ଜିଲ୍ଲାର ୧୪ଟି ବ୍ଲକରୁ ଶତାଧିକ ଛାତ୍ରଛାତ୍ରୀ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ଶିକ୍ଷାବିତ ସନାତନ ଠାକୁର, ରସରାଜ ଅଚ୍ୟୁତ ପୁରୋହିତ, ‘କୋଶଳ ପ୍ରବାହ’ର ସଂପାଦକ ଆନନ୍ଦ ଚନ୍ଦ୍ର ସାହୁ, କବି ବିଜୟ କୁମାର ତ୍ରିପାଠୀ, ସାମ୍ବାଦିକ ସନ୍ଦୀପ କୁମାର କୁଅଁର, ଅଧ୍ୟାପକ ଡକ୍ଟର ସଞ୍ଜୟ କୁମାର ମିଶ୍ର, ସାମ୍ବାଦିକ ଗୋପାଳ ପ୍ରଧାନ, ଶିକ୍ଷୟତ୍ରୀ ସବିତା ମହରା, ଅଧ୍ୟାପକ ଜୟକୁମାର ଆଚାର୍ଯ୍ୟ, ଶିକ୍ଷକ ରଂଜିତ ମିଶ୍ର ଓ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ରନାଥ ମିଶ୍ର ପ୍ରମୁଖ ବିଚାରକ ଭାବରେ ଯୋଗଦାନ ଦେଇଥିଲେ । ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନେ ଆସନ୍ତା ୧୩ ଜୁଲାଇ ଓ ୨୦ ଜୁଲାଇରେ ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ । ଏହି ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀରଞ୍ଜନ ମିଶ୍ରଙ୍କ ପରିଚାଳନାରେ ଅନୁଷ୍ଠିତ ହୋଇଥିବା ବେଳେ ଶିବାଶିଷ ପୁରୋହିତ, ଅନଙ୍ଗକୁମାର ସାଏ, ଆରତୀ ପଣ୍ଡା ପ୍ରମୁଖ ସହଯୋଗ କରିଥିଲେ ।

nrusinghnath
Leave A Reply

Your email address will not be published.