୧୭ରୁ ସକାଳୁଆ ପାଠପଢା

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଏପ୍ରିଲ ୧୭ରୁ ସମସ୍ତ ସରକାରୀ ଓ ବେସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢା ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବ । ସ୍ଥଳବିଶେଷରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ସ୍କୁଲର ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ । ସ୍କୁଲ କର୍ତ୍ତୃପକ୍ଷ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରାଇବାକୁ ପଦକ୍ଷେପ ନେବାକୁ କୁହାଯାଇଛି ।

Leave A Reply

Your email address will not be published.