oom

ତିନିଦିନ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ହେବ ପାଠପଢ଼ା : ଏପ୍ରିଲ ୨୫ରୁ ଗ୍ରୀଷ୍ମ ଛୁଟି ଘୋଷଣା

jsmm

ଭୁବନେଶ୍ୱର : ଚଳିତ ଅପ୍ରେଲ ୨୫ ତାରିଖ (ଗୁରୁବାର)ଠାରୁ ଗ୍ରୀଷ୍ମ ଛୁଟି ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । ଗ୍ରୀଷ୍ମ ଛୁଟି ସମୟରେ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀମାନଙ୍କ ପାଇଁ ଶିକ୍ଷା ତଥା ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ରାଜ୍ୟ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ, ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବିଦ୍ୟାଳୟ ପରିଚାଳନା କରାଯିବ । ସମ୍ଭାବ୍ୟ ଗ୍ରୀଷ୍ମପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚଳିତ ଅପ୍ରିଲ ୨୨ ( ସୋମବାର‌)ରୁ ୨୪ ତାରିଖ (ବୁଧବାର) ପର୍ଯ୍ୟନ୍ତ ତିନିଦିନ ପାଇଁ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।

jittmm
Leave A Reply

Your email address will not be published.