pakka

ଜୁଲାଇ ୨୬ରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଶ୍ରେଣୀ ଗୃହରେ ପାଠପଢା ଆରମ୍ଭ ହେବ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚଳିତ ଜୁଲାଇ ୨୬ ତାରିଖରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଶ୍ରେଣୀ ଗୃହରେ ପାଠପଢା ଆରମ୍ଭ ହେବ । ସମସ୍ତ ସରକାରୀ ତଥା ବେସରକାରୀ ସ୍କୁଲ୍ ପାଇଁ ଏହି ନିୟମ ଲାଗୁହେବ । ଅନ୍ୟାନ୍ୟ ଶ୍ରେଣୀର ପାଠ ପଢା ଅନଲାଇନ୍ ମାଧ୍ୟମରେ ହେବ। ସକାଳ ୧୦.୦୦ ରୁ ଦିନ ୧.୩୦ ପର୍ଯ୍ୟନ୍ତ ସ୍କୁଲ୍‌ ଖୋଲାଯିବ । ଏ ସଂପର୍କରେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ତେବେ ଛାତ୍ରଛାତ୍ରୀମାନଙ୍କ ସ୍ୱସ୍ଥ୍ୟର ନିରାପତ୍ତା ଦୃଷ୍ଟିରୁ ଜିଲ୍ଲାପାଳମାନେ ସ୍ଥଳ ବିଶେଷରେ ସ୍କୁଲ୍ ଖୋଲାଯିବା ସମ୍ବନ୍ଧୀୟ ନିଷ୍ପତ୍ତି ନେଇପାରିବେ । ପରିସ୍ଥିତି ଅନୁସାରେ ଅଗଷ୍ଟ ମାସରେ ୯ମ ଶ୍ରେଣୀ ପାଠପଢା ପାଇଁ ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି ସୂଚନାରେ କୁହାଯାଇଛି ।

Leave A Reply

Your email address will not be published.

15 − eight =