pakka

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଡ଼େନମାର୍କ ପ୍ରଧାନମନ୍ତ୍ରୀ ଓଡ଼ିଶାର ପଟ୍ଟଚିତ୍ର ଦେଖାଇବା ପ୍ରସଙ୍ଗ

bbehera
  • ଓଡ଼ିଶାର ଅନନ୍ୟ କଳା ସଂସ୍କୃତି, ପଟ୍ଟଚିତ୍ର, ଭାସ୍କର୍ଯ୍ୟକୁ ପ୍ରଧାନମନ୍ତ୍ରୀ ବିଶ୍ୱ ଦରବାରରେ ପହଞ୍ଚାଇଥିବାରୁ ମୁଁ ଓଡ଼ିଶା ତରଫରୁ କୃତଜ୍ଞତା ଜ୍ଞାପନ କରୁଛି – ଧର୍ମେନ୍ଦ୍ର ପ୍ରଧାନ
    • ଓଡ଼ିଶାର ପଟ୍ଟଚିତ୍ରକୁ ନେଇ ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ଓଡ଼ିଶାର ପାରମ୍ପରିକ କଳାର ବୈଭବତାର ପ୍ରତିଫଳନ
    • ଡ଼େନମାର୍କର ପ୍ରଧାନମନ୍ତ୍ରୀ ମେଟ୍ ଫ୍ରେଡିକ୍ସନଙ୍କୁ ସାକ୍ଷାତ୍ କରିବା ସମୟରେ ତାଙ୍କ ବାସଭବନରେ ଲାଗିଥିବା ପ୍ରଭୁ ଶ୍ରୀରାମଙ୍କ ଦରବାର ବିଷୟରେ ବର୍ଣ୍ଣିତ ଓଡ଼ିଶାର ପଟ୍ଟଚିତ୍ରକୁ ଦେଖାଇଥିଲେ
    • ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ ଏହି ପଟ୍ଟଚିତ୍ର ଉପହାର ସ୍ୱରୂପ ପ୍ରଦାନ କରିଥିଲେ

ଭୁବନେଶ୍ୱର, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଡ଼େନମାର୍କ ପ୍ରଧାନମନ୍ତ୍ରୀ ଓଡ଼ିଶାର ପଟ୍ଟଚିତ୍ର ଦେଖାଇବା ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାର ଅନନ୍ୟ କଳା ସଂସ୍କୃତି, ପଟ୍ଟଚିତ୍ର, ଭାସ୍କର୍ୟ୍ୟକୁ ପ୍ରଧାନମନ୍ତ୍ରୀ ବିଶ୍ୱ ଦରବାରରେ ପହଞ୍ଚାଇଥିବାରୁ ଓଡ଼ିଶା ତରଫରୁ କୃତଜ୍ଞତା ଜ୍ଞାପନ କରିଛନ୍ତି । ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁରୋପ ଗସ୍ତ ସମୟରେ ଆଜି ଡେନମାର୍କ ଗସ୍ତ କରିଛନ୍ତି । ଡ଼େନମାର୍କର ପ୍ରଧାନମନ୍ତ୍ରୀ ମେଟ୍ ଫ୍ରେଡିକ୍ସନଙ୍କୁ ସାକ୍ଷାତ୍ କରିବା ସମୟରେ ତାଙ୍କ ବାସଭବନରେ ଲାଗିଥିବା ପ୍ରଭୁ ଶ୍ରୀରାମଙ୍କ ଦରବାର ବିଷୟରେ ବର୍ଣ୍ଣିତ ଓଡ଼ିଶାର ପଟ୍ଟଚିତ୍ରକୁ ଦେଖାଇଥିଲେ । ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ ଏହି ପଟ୍ଟଚିତ୍ର ଉପହାର ସ୍ୱରୂପ ପ୍ରଦାନ କରିଥିଲେ । ଓଡ଼ିଶାର ଏହି ପଟ୍ଟଚିତ୍ରକୁ ନେଇ ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ଓଡ଼ିଶା ଏବଂ ଓଡ଼ିଶାର ପାରମ୍ପରିକ କଳାର ବୈଭବତାର ପ୍ରତିଫଳନ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ।

jay balangir
Leave A Reply

Your email address will not be published.

ten + six =