ଜରୁରୀକାଳୀନ ପରିସ୍ଥିତିରେ ବନ୍ଦୀ ହୋଇଥିବା ସଂଗ୍ରାମୀଙ୍କୁ ମିଳିବ ୨୦ ହଜାର ଟଙ୍କାର ପେନସନ

  • ଗୃହ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା ସରକାରଙ୍କ ପକ୍ଷରୁ ଦେଶର ଜରୁରୀକାଳୀନ ପରିସ୍ଥିତିରେ ମିସା, ଡିଆଇଆର ଏବଂ ଡିଆଇଏସ୍‌ଆଇଆର୍‌ ଆଇନରେ ବିଭିନ୍ନ ଜେଲରେ ବନ୍ଦୀଥିବା ସଂଗ୍ରାମୀମାନଙ୍କୁ ମାସକୁ ୨୦ ହଜାର ଟଙ୍କାର ପେନସନ ମିଳିବ । ଆଜି ଏ ସଂପର୍କରେ ଗୃହବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ପେନସନ ସହିତ ସମସ୍ତ ସଂଗ୍ରାମୀମାନଙ୍କ ମେଡିକାଲ ଖର୍ଚ୍ଚ ମଧ୍ୟ ରାଜ୍ୟ ସରକାର ବହନ କରିବେ । ୧ ଜାନୁଆରୀ ୨୦୨୫ ସୁଦ୍ଧା ଜୀବିତ ଥିବା ସବୁ ସଂଗ୍ରାମୀ ଏହି ପେନସନ ଓ ଚିକିତ୍ସା ସୁବିଧା ପାଇବେ । ସୂଚନା ଯୋଗ୍ୟ ଯେ ୨୫ ଜୁନ୍ ୧୯୭୫ ମସିହାରୁ ୨୧ ମାର୍ଚ୍ଚ ୧୯୭୭ ମସିହା ପର୍ଯ୍ୟନ୍ତ ଦେଶର ଜରୁରୀକାଳୀନ ପରିସ୍ଥିତିକୁ ବିରୋଧ କରି ଅନେକ ସଂଗ୍ରାମୀ ଦେଶର ବିଭିନ୍ନ ଜେଲରେ ବନ୍ଦୀ ହୋଇଥିଲେ ।

Leave A Reply

Your email address will not be published.