ଆଜି ଭୁବନେଶ୍ୱରରେ କମିଲା ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କମିଲା ପେଟ୍ରୋଲ ଓ ଡିଜେଲ ଦର । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୦୩ ଟଙ୍କା ୦୫ ପଇସା ହୋଇଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୬୨ ପଇସା ହୋଇଛି । ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବା ବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି ।

Leave A Reply

Your email address will not be published.