ପ୍ରକାଶ ପାଇଲା ମାଟ୍ରିକ ଫଳ

ଭୁବନେଶ୍ଵର : ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ । ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଆଜି ଦିନ ୧୦ଟାରେ କଟକ ବଜ୍ରକବାଟି ରୋଡ୍‌ସ୍ଥିତ ବୋର୍ଡର ମୁଖ୍ୟ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି । ଚଳିତ ବର୍ଷ ମାଟ୍ରିକ୍ ପାସ୍ ହାର ୯୬.୪୦ ପ୍ରତିଶତ ରହିଛି । ଛାତ୍ରୀଙ୍କ ପାସ୍ ହାର ୯୭.୦୫% ରହିଥିବା ବେଳେ ଛାତ୍ରଙ୍କ ପାସ୍ ହାର ୯୫.୭୫% ରହିଛି । A1ରେ ୪ ହଜାର ୧୫୮ ଜଣ, A2ରେ ୨୯ ହଜାର ୮୩୮ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ସେହିପରି B1ରେ ୭୭ ହଜାର ୫୬୭, B2ରେ ୧ ଲକ୍ଷ ୧୮ ହଜାର ୭୫୦ ଜଣ ଛାତ୍ରଛାତ୍ରୀ ପାସ୍ କରିଥିବା ସୂଚନା ଦିଆଯାଇଛି ।

Leave A Reply

Your email address will not be published.