ବଲାଙ୍ଗିର, (ଦେବାଶିଷ ମିଶ୍ର) : ସିବିଏସ୍ସି ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀର ଫଳାଫଳ ପ୍ରକାଶ ପାଇଛି । ବିଦ୍ୟାଳୟରେ ପରୀକ୍ଷା ଦେଇଥିବା ସମସ୍ତ ୧୦୦ ଛାତ୍ରଛାତ୍ରୀ ସଫଳତାର ସହିତ ଉତ୍ତୀର୍ଣ୍ଣ ହୋଇଛନ୍ତି । ଦଶମ ଶ୍ରେଣୀର ଛାତ୍ରୀ ମୁକ୍ତାରାଣୀ ସାହୁ ୯୭% ମାର୍କ ରଖି ବିଦ୍ୟାଳୟର ଟପ୍ପର ହୋଇଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ୧୦ଜଣ ଛାତ୍ରଛାତ୍ରୀ ୯୦%ରୁ ଅଧିକ ନମ୍ବର ରଖିଛନ୍ତି । ଏହି ସଫଳତା ପାଇଁ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବିରେନ୍ଦ୍ର କୁମାର ମିଶ୍ର, ସଂପାଦକ ଗୋପାଳ କ୍ରିଷ୍ଣା ସିଂହଦେଓ, କୋଷାଧ୍ୟକ୍ଷ ଆଲୋକ ରଂଜନ ବେଦବାକ ସଭ୍ୟ ଶିରିଶ ଚନ୍ଦ୍ର ହୋତା, ବାଦଲ ମହାକୁର ତଥା ବିଦ୍ୟାଳୟର ଅଧ୍ୟକ୍ଷ ସତିଶ ପ୍ରଧାନ, ଉପାଧ୍ୟକ୍ଷ ଦୀପକ ବରାଲ ଓ ଉପାଧ୍ୟକ୍ଷା ମମିତା ବେହେରା ତଥା ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଛାତ୍ରଛାତ୍ରୀମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି ଶୁଭେଚ୍ଛା ତଥା ଅଭିନନ୍ଦନ ଜଣାଇଛନ୍ତି ।
Prev Post
Next Post
