ଭାରସାମ୍ୟ ହରାଇ ଓଲଟି ପଡ଼ିଲା ପିକ୍‌ଅପ୍‌ ଭ୍ୟାନ : ୨ ମୃତ

ନୂଆପଡା : ଭାରସାମ୍ୟ ହରାଇ ଓଲଟି ପଡ଼ିଲା ପିକ୍‌ଅପ୍‌ ଭ୍ୟାନ୍ ବୋଲି ଖବର ମଳିଛି । ସୂଚନା ଯୋଗ୍ୟ ଯେ, ଆଜି କନିଆ ଘର ଲୋକେ ପିକ୍‌ଅପ୍‌ ଭ୍ୟାନ ଯୋଗେ ୩୦ରୁ ଅଧିକ ଲୋକ ପୁଅ ଘରକୁ ଆସୁଥିଲେ ତେବେ ନୂଆପଡା ଜିଲ୍ଲା କୋମନା ଥାନା ଅଞ୍ଚଳର ୩୫୩ ନମ୍ୱର ଜାତୀୟ ରାଜପଥର କ୍ରିଷ୍ଣାଛକରେ ଭାରସାମ୍ୟ ହରାଇ ଓଲଟି ପଡ଼ିଲା ପିକ୍‌ଅପ୍‌ ଭ୍ୟାନ୍ । ଫଳରେ ଦୁଇ ଜଣ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫ରୁ ଅଧିକ ଲୋକ ଆହତ ହୋଇଛନ୍ତି । ସ୍ଥାନୀୟ ଲୋକେ ଓ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ୨୫ରୁ ଅଧିକ ଗୁରୁତର ଲୋକଙ୍କୁ ଉଦ୍ଧାର କରି କୋମନା ମେଡିକାଲ୍‌ରେ ଭର୍ତ୍ତି କରିଥିଲେ । ସେଠାରେ ୧୦ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । ଏବେ ମଧ୍ୟ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡିଛି । ମୃତକ ମାନେ ହେଲେ କୌଶଲ୍ୟା ନିଆଲ ଓ ହେମ ନିଆଲ ।

Leave A Reply

Your email address will not be published.