ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା : ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି

ଭୁବନେଶ୍ୱର : ବାଲେଶ୍ୱର ଫକୀର ମୋହନ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ଜଣକ ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ସୋମବାର ଏମସ ସମାବର୍ତ୍ତନ ଉତ୍ସବକୁ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କାର୍ଯ୍ୟକ୍ରମ ସାରି ବର୍ଣ୍ଣ ୟୁନିଟ ଯାଇ ପୀଡିତାଙ୍କୁ ଭେଟିଛନ୍ତି । ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ସିଡ୍ୟୁଲରେ ଏହା ନଥିବା ସତ୍ୱେ ସେ ନିଜେ ସମୟ ବାହାର କରି ପୀଡ଼ିତାଙ୍କୁ ଭେଟିଛନ୍ତି । ଏଥିସହ ସେ ଡାକ୍ତରଙ୍କ ସହ ଆଲୋଚନା କରି ପୀଡ଼ିତାଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରିଛନ୍ତି । ପୀଡିତାଙ୍କ ବାପା ମାଆଙ୍କୁ ଭେଟି ସମବେଦନା ଜଣାଇବା ସହ ଛାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଛନ୍ତି । ରାଷ୍ଟ୍ରପତିଙ୍କ ସହ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ ଯେ, ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟର ଜଣେ ଛାତ୍ରୀ ଏଚଓଡିଙ୍କ ଦ୍ୱାରା ବାରମ୍ବାର ଶାରୀରିକ ଓ ମାନସିକ ନିର୍ଯ୍ୟାତନା ପାଇ ଶେଷରେ ଆତ୍ମାହୁତି ଉଦ୍ୟମ କରିଥିଲେ । ଏବେ ସେ ଏମ୍‌ସରେ ଚିକିତ୍ସାଧୀନ ଅଛନ୍ତି । ତାଙ୍କର ସ୍ୱାସ୍ଥ୍ୟବସ୍ଥା ସଂଙ୍କଟାପନ୍ନ ରହିଛି । ଏହି ଘଟଣାରେ ଏଫ୍‌ଏମ୍ କଲେଜ ଅଧ୍ୟକ୍ଷ ଓ ଏଚଓଡିଙ୍କୁ ଉଚ୍ଚଶିକ୍ଷା ବିଭାଗ ନିଲମ୍ବିତ କରିଥିଲା । ଏଥିସହ ପୁଲିସ କଲେଜ ଅଧ୍ୟକ୍ଷ ଓ ଏଚଓଡିଙ୍କୁ ଗିରଫ କରିଛି । ଏହ ଘଟଣାର ଉଚ୍ଚଶିକ୍ଷା ବିଭାଗର ଏକ ଟିମ ତଦନ୍ତ କରିବା ସହ କ୍ରାଇମବ୍ରାଞ୍ଚ ମଧ୍ୟ ତଦନ୍ତ କରୁଛି ।

jittmm
Leave A Reply

Your email address will not be published.