om academy

ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍‌ : ୧ ମୃତ

ଭଞ୍ଜନଗର : ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଦୁର୍ଗାପ୍ରସାଦ ମୁଖ୍ୟ ରାସ୍ତାର ବୁଦୁଲି ନିକଟରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୩ ଟା ସମୟରେ ଏକ ବାଇକ ଦୁର୍ଘଟଣା ଘଟିଛି । ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ସେ ହେଲେ ମୁଜାଗଡ଼ର ଭଞ୍ଜ ସେଠୀ (୩୫) ।

ଭଞ୍ଜ ଅପରାହ୍ନରେ ନିଜ ବାଇକ ଯୋଗେ ଗ୍ରାମରୁ ଭଞ୍ଜନଗର ଅଭିମୁଖେ ଆସୁଥିଲେ । ଏହି ସମୟରେ ବୁଦୁଲି ନିକଟରେ ତାଙ୍କ ବାଇକଟି ଭାରସାମ୍ୟ ହରାଇ ଏକ ଗଛକୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା । ଦୁର୍ଘଟଣା ନେଇ ଖବର ପାଇ ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ତଦନ୍ତ ଆରମ୍ଭ କରିଛି । ଏଥିସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇଦେଇଛି ।

Leave A Reply

Your email address will not be published.

five − 4 =