ପୋଖରୀ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବାରିପଦା : ପୋଖରୀ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର । ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଦ୍ଵାରଶୁଣି ଘାଟି ନିକଟରୁ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ, ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଦ୍ଵାରଶୁଣି ଘାଟି ନିକଟସ୍ଥ ଏକ ପୋଖରୀ ନିକଟରୁ ଆଜି ସକାଳେ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣଙ୍କ ହେଉଛନ୍ତି ବାଘିଆବେଡା ଗ୍ରାମର ଗିରିଶ ନାଏକ । ସେ ରବିବାର ରାତିରୁ ଘରକୁ ଫେରିନଥିଲେ । ସୋମବାର ସକାଳୁ ଘାଟି ତଳ ପୋଖରୀ ନିକଟରେ ତାଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ତେବେ ତାଙ୍କ ମୁଣ୍ତରେ ଗଭୀର କ୍ଷତ ଥିବା ଦେଖିବାକୁ ମିଳିଥିବା ବେଳେ ଘଟଣାସ୍ଥଳରେ ବାଙ୍ଗିରିପୋଷି ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.